ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ପାର୍କ ଯାଇ ପ୍ରବାଦ ପୁରୁଷଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଆଜି ବିଜେଡି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । କଟକ ସ୍ଥିତ ଆନନ୍ଦ ଭବନରୁ ସାଇକେଲ ଶୋଭାଯାତ୍ରା ଭୁବନେଶ୍ୱର ଯାଏ ବାହାରିଥିଲା । ଏଥିରେ ଯୁବ ଛାତ୍ର ସଙ୍ଗଠନ ଓ ବିଜେଡିର ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ଏହି ଅବସରରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏପ୍ରିଲ ୧୭ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକ ପର୍ଯ୍ୟନ୍ତ ସମସ୍ତ ନିର୍ବାଚନ ମଣ୍ଡଳୀରେ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନେଇ ନିଷ୍ପତ୍ତି ନିଆଯାଇଛି । ଅନ୍ୟପଟେ ରାଜ୍ୟ ସରକାର ବିଜୁ ପଟ୍ଟନାୟକଙ୍କ ଜୟନ୍ତିକୁ ପଞ୍ଚାୟତରାଜ ଦିବସ ଭାବରେ ପାଳନ କରୁଛନ୍ତି । ବିଜୁ ବାବୁଙ୍କ ଜନ୍ମ ଜୟନ୍ତି ଅବସରରେ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେବା ଓ ସ୍ୱାଭିମାନ ଥିଲା ବିଜୁ ବାବୁଙ୍କ ଆଦର୍ଶ । ଓଡିଶାକୁ ବକାଶର ଶୀର୍ଷରେ ପହଁଞ୍ଚାଇବା ବିଜୁ ବାବୁଙ୍କ ସ୍ୱପ୍ନ ଥିଲା । ଓଡିଶାର ସ୍ୱାଭିମାନ ପାଇଁ ଲଢେଇ ଜାରି ରଖିବାକୁ ନବୀନ ଆହ୍ୱାନ ଦେଇଥିଲେ । ସରକାରୀ ସ୍କୁଲ ପିଲାଙ୍କ ପାଇଁ ମେଡିକାଲ ଓ ଇଂଜିନିୟରିଂ ସୁଯୋଗ ସୃଷ୍ଟି ହୋଇଛି । ଯୁବ ସମାଜର ସ୍ୱପ୍ନ ସାକାର ହେଉଛି ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

LEAVE A REPLY

Please enter your comment!
Please enter your name here