ବିଜେଡିରୁ ଇସ୍ତଫା ଦେଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି । ଦଳ ଅଣଦେଖା କରିବାରୁ ବଳଭଦ୍ର ବିଜେଡfରୁ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ହେବାକୁ ସୁଯୋଗ ଦିଆଗଲାନି ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାଶଙ୍କୁ ଭେଟି ବଳଭଦ୍ର ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ପାର୍ଟିରେ ମୋର କିଛି ଦରକାର ପଡୁନଥିବା କହି ଇସ୍ତଫା ଦେଇଛନ୍ତି ବଳଭଦ୍ର ।

    ପ୍ରଥମ ପର୍ଯ୍ୟାୟରେ ନବରଙ୍ଗପୁର ଲୋକସଭା ଆସନ ପାଇଁ ମତଦାନ ହେବାକୁ ଥିବା ବେଳେ ବଳଭଦ୍ର କେଉଁ ଦଳକୁ ଯିବେ ତାହା ଖୁବ ଶୀଘ୍ର ସ୍ପଷ୍ଟ ହୋଇଯିବ । ୨୦୧୪ରେ ବିଜେଡି ଟିକେଟରେ ବଳଭଦ୍ର କଂଗ୍ରେସର ହେଭିୱେଟ ପ୍ରଦୀପ ମାଝୀଙ୍କୁ ୨୦୦୦ରୁ କମ ଭୋଟରେ ହରାଇ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here