ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ଅଭିଯୋଗରେ ବିଜେପି ପକ୍ଷରୁ ଆଜି ସଦଭାବନା ଯାତ୍ରା କରାଯାଇଛି । ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ଶୋଭାଯାତ୍ରାରେ ଆସି ଦଳୀୟ ନେତା ଓ କର୍ମୀମାନେ ବିଧାନସଭା ଘେରାଉ କରିଥିଲେ । ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ପୃଥ୍ବିୀରାଜ ହରିଚନ୍ଦନ, ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଓ ସମର୍ଥକ ବିଧାନସଭା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଓ ଗିରଫ ଦାବି କରିଛନ୍ତି । ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ହତ୍ୟାକାଣ୍ଡରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ବିଜେପି ଆରୋପ ଲଗାଇଛି । ଗତ 17 ତାରିଖରୁ ମାହାଙ୍ଗାରୁ ଏହି ପଦଯାତ୍ରା ଆରମ୍ଭ ହୋଇଥିଲା । ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀଙ୍କ ସଂପୃକ୍ତି ଥିବା ବେଳେ ରାଜ୍ୟ ସରକାର ମନ୍ତ୍ରୀଙ୍କୁ ସୁରକ୍ଷା ଦେଉଛନ୍ତି ବୋଲି ଦଳର ରାଜ୍ୟ ସଭାପତି ଅଭିଯୋଗ କରିଛନ୍ତି ।

LEAVE A REPLY

Please enter your comment!
Please enter your name here