ବିଜେପୁର ଉପନିର୍ବାଚନ ପାଇଁ ନିର୍ବାଚନ ବିଗୁଲ ବାଜି ସାରିଛି | ଏନେଇ ରଣକ୍ଷେତ୍ର ପ୍ରସ୍ତୁତ ହୋଇଯାଇଥିବା ବେଳେ. ଯୋଦ୍ଧାମାନେ ମଧ୍ୟ ମଇଦାନକୁ ଓଲ୍ଲାହିଁ ସାରିଛନ୍ତି | ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍, ୨୪ରେ ଭୋଟ ଗଣତି ହେବ | ତେବେ ଭୋଟ ବ୍ୟାଙ୍କ ହାତେଇବା ଲକ୍ଷ୍ୟରେ ରାଜ୍ୟର ୩ ପ୍ରମୁଖ ଦଳ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି | ଏହି କ୍ରମରେ ବିଜେଡି, ବିଜେପି ଏବଂ କଂଗ୍ରେସ ନିଜ ନିଜ ରଣନୀତି ପ୍ରସ୍ତୁତ କରିସାରିଛନ୍ତି | ବିଜେଡିର ରୀତା ସାହୁ, ବିଜେପିର ସନତ ଗଡ଼ତିଆ ଏବଂ କଂଗ୍ରେସର ଦିଲ୍ଲୀପ ପଣ୍ଡା ନିର୍ବାଚନ ଲଢ଼ୁଥିବା ବେଳେ ବିଜେପୁର ଉପନିର୍ବାଚନ ପାଇଁ ତିନି ରାଜନୈତିକ ଦଳର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି ହୋଇଛି । ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରସ୍ତୁତ କରିଥିବା ବେଳେ ବିଜେପି ଓ କଂଗ୍ରେସ ମଧ୍ୟ ସମାନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛନ୍ତି | ଶାସକ ବିଜୁ ଜନତା ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଜେପୁର ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଏକ ନମ୍ବର ପ୍ରଚାରକ ଭାବେ ସ୍ଥାନ ଦେଇଛି । ଆସନ୍ତା ୧୭ ଓ ୧୮ ତାରିଖରେ ନବୀନ ବିଜେପୁରରେ ପ୍ରଚାର କରିବେ । ନବୀନଙ୍କ ସହିତ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ର୍ରଫୁଲ୍ଲ ମଲ୍ଲିକ, ପଦ୍ମନାଭ ବେହେରା, ଦେବୀ ମିଶ୍ର , ନବଦାସ , ବିକ୍ରମ ଆରୁଖ, ନିରଂଜନ ପୂଜାରୀ ପ୍ରମୁଖ ରହିଛନ୍ତି । ସେହିପରି ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, ପ୍ରତାପ ଷଡଙ୍ଗୀ, ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂ, ସମ୍ବିତ ପାତ୍ର, ଅପରାଜିତା ଷଡଙ୍ଗୀ ଓ ବସନ୍ତ ପଣ୍ଡା ପ୍ରମୁଖ ଏହି ତାଲିକାରେ ରହିଛନ୍ତି | ଅନ୍ୟପଟେ କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ମନମୋହନ ସିଂ, ରାଜ୍ୟ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂ, ନିରଂଜନ ପଟ୍ଟନାୟକ, ନରସିଂହ ମିଶ୍ର , ପ୍ରଦୀପ ମାଝି, ରଞ୍ଜୀବ ବିଶ୍ୱାଳ, ଚିରଂଜୀବ ବିଶ୍ୱାଳ ପ୍ରମୁଖ ରହିଛନ୍ତି |

LEAVE A REPLY

Please enter your comment!
Please enter your name here