ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିସ୍କାର କରାଗଲା । ଏହି ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍ ରେଜିଷ୍ଟର ଦାୟିତ୍ବରେ ଥିବା ଓ.ଏ.ଏସ୍ ଅଧିକାରୀ ଶ୍ରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତଲାସି କରାଯାଇଥିବା ସମୟରେ ତାଙ୍କ ନିକଟରୁ ଏକାଧିକ ପ୍ୟାନ୍ କାର୍ଡ ସହିତ ୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହାପର ଠାରୁ ସେ ଚାକିରୀରୁ ନିଲମ୍ବିତ ହୋଇଥିଲେ । ସେହିପରି ଜଗତସିଂହପୁରର ପୂର୍ବତନ ଡେପୁଟି କଲେକ୍ଟର ତଥା ଓଏସ ଅଧିକାରୀ ଗୌରାଙ୍ଗ ଚରଣ ମହାନ୍ତି, ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର, ବର୍ତ୍ତମାନ ବରଗଡ ଅମ୍ବାଭୋନାର ବିଡିଓ ଆଲଫୋନ୍ସ ବିଲୁଙ୍ଗଙ୍କୁ ଅବସର । ବୈତରଣୀ ଡିଭିଜନ ପୂର୍ବତନ ଅଧୀକ୍ଷଣ ଯନ୍ତ୍ରୀ ବିଧାନ ସାହୁଙ୍କୁ ଅବସର । ଲାଞ୍ଜିଗଡ ବ୍ଲକ ସିଡିପିଓ ମୀନା ପାତ୍ରଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଥୁଆମୂଳ ରାମପୁର ବ୍ଲକ ସିଡିପିଓ ପୁଷ୍ପାଞ୍ଜଳି ରଥ । ଦେବଗଡର ପୂର୍ବତନ ଅବକାରୀ ଉପଅଧୀକ୍ଷକ ଅଜିତ ମହାପାତ୍ରଙ୍କୁ ଅବସର । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ କ୍ୟାସିୟର ପ୍ରଭାକର ପ୍ରଧାନଙ୍କୁ ବି ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର ।

LEAVE A REPLY

Please enter your comment!
Please enter your name here