ସମଗ୍ର ଦେଶରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡିଥିବା ବେଳେ ଆଜି ଉତ୍ତର ପ୍ରଦେଶର କ୍ୟାବିନେଟ ମନ୍ତ୍ରୀ କମଳାରାଣୀ ବରୁଣଙ୍କର ମୃତ୍ୟୁ ଘଟିଛି I ଗତ 18 ତାରିଖରୁ ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଛି I ମୃତ୍ୟୁ ବେଳକୁ ତାଙ୍କୁ 62 ବର୍ଷ ବୟସ ହୋଇଥିଲା I ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଗସ୍ତ ବାତିଲ କରିବା ସହ କମଳାରାଣୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି I ସମଗ୍ର ଦେଶରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 17 ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା 37 ହଜାର 415 ରେ ପହଞ୍ଚିଛି I ଓଡିଶାରେ ଆଜି 29 ଜିଲ୍ଲାରରୁ 1434 ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 34 ହଜାର 913ରେ ପହଞ୍ଚିଛି I ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା 197ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ସର୍ବାଧିକ ମୃତ୍ୟୁବରଣ କରିଛନ୍ତି I

LEAVE A REPLY

Please enter your comment!
Please enter your name here