ପଞ୍ଜାବରେ ଚାଲିଛି କଂଗ୍ରେସର ଭାରତଯୋଡ ଯାତ୍ରା । ଭାରତଯୋଡ ଯାତ୍ରାବେଳେ କଂଗ୍ରେସ ସାଂସଦଙ୍କୁ ହୃଦଘାତ । ଚାଲିଗଲା ସନ୍ତୋଖ ସିଂହ ଚୌଧୁରୀଙ୍କ ଜୀବନ । ଆଜି ସକାଳେ ପଞ୍ଜାବର ଫିଲୌର୍‌ଠାରେ ଭାରତ ଯୋଡ଼ୋ ଯାତ୍ରାରେ ଯାଉଥିବା ବେଳେ ଜଳନ୍ଧରର କଂଗ୍ରେସ ସାଂସଦ ସନ୍ତୋଖ ସିଂହ ଚୌଧୁରୀଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ କଂଗ୍ରେସ ସଂସଦ ରାହୁଲ ଗାନ୍ଧିଙ୍କ ସହ ସନ୍ତୋଖ ସିଂହ ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇଥିଲେ। ତାଙ୍କ ସହ ପଦ ଯାତ୍ରା କରିବା ବେଳେ ସନ୍ତୋଖଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଥିଲା। ଏହାପରେ ତୁରନ୍ତ ତାଙ୍କୁ ଆମ୍ବୁଲାନ୍‌ସ୍ ଯୋଗେ ଲୁଧିଆନାର ଫଗ୍‌ୱାରାସ୍ଥିତ ବିର୍କ ହସ୍ପିଟାଲ୍‌କୁ ନିଆଯାଇଥିଲା। ତେବେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ହୃଦ୍‌ଘାତ ଯୋଗୁ ତାଙ୍କ ମୃତ୍ୟୁ ହୋଇଥିବା ଡାକ୍ତରମାନେ କହିଛନ୍ତି।

LEAVE A REPLY

Please enter your comment!
Please enter your name here