ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ପ୍ରାର୍ଥୀମାନେ ମଧ୍ୟ ନିଜ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତଦାନ କରିଥିବା ବେଳେ ତାଳଚେର ଦେଉଳବେଡ଼ା ତେଲିସାହି ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ପତ୍ନୀ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ସମ୍ବଲପୁର ଲୋକସଭା ପ୍ରାର୍ଥୀ ନଳିନୀ ପ୍ରଧାନ ନିଜ ଗାଁ ତୁରୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ ସାବ୍ୟସ୍ତ କରିଛନ୍ତି। ଢେଙ୍କାନାଳର ନିଜ ନିର୍ବାଚନମଣ୍ଡଳୀରେ ରୁଦ୍ରମାଧବ ପାଣୀ ଭୋଟ୍ ଦେଇଛନ୍ତି। ଅପରାଜିତା ଷଡଙ୍ଗୀ , ସୌମ୍ୟରଞ୍ଜନ ପଟ୍ଟନାୟକ ମଧ୍ୟ ନିଜ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

LEAVE A REPLY

Please enter your comment!
Please enter your name here