କେନ୍ଦ୍ରାପଡା ମହାକାଳପଡା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାକାଳପଡା ବ୍ଲକର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମହାକାଳପଡା ସରୁମୁହିଁରେ ବସୁଧା ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ୨୪୦ କୋଟି ଟଙ୍କା ଏବଂ ଓଡିଶାର ସର୍ବବୃହତ ପାନୀୟ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ଦ୍ୱାରା ମହାକାଳପଡା ବ୍ଲକର ୧୪୮ ଟି ଗାଁ ଓ ମାର୍ଶାଘାଇ ବ୍ଲକର ୫୨ଟି ଗାଁର ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇପାରିବେ । ଏହି ଅଞ୍ଚଳର ବାସିନ୍ଦାଙ୍କୁ ବସୁଧା ପ୍ରକଳ୍ପ ଅନୁଯାୟୀ, ପ୍ରତିଦିନ ୭୦ ଲିଟର ପାଣି ଯୋଗାଇ ଦିଆଯିବ । ଏହାସହ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର ନୂଆ ଟୋଲଫ୍ରୀ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି । ୧୯୧୬ ନମ୍ବରରେ କଲ କରି ନିଜ ଗାଁର ପାଣି ସମସ୍ୟା ବିଷୟରେ ଜଣାଇପାରିବେ । ଏକ ସାଧାରଣ ସଭାରେ ଜନସାଧାରଣକୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here