ପରୀକ୍ଷା ଆରମ୍ଭରୁ ପ୍ରଶ୍ନପତ୍ର ଲିକ୍ । ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ହିଁ ପ୍ରଶ୍ନପତ୍ର ଭାଇରାଲ ହୋଇଛି । ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି ପ୍ରଶ୍ନପତ୍ର । ତେବେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ବାରଣ ଥିବା ସତ୍ୱେ କିପରି ପ୍ରଶ୍ନପତ୍ର ଭାଇରାଲ ହେଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ପରୀକ୍ଷାର ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେଉଥିଲେ ଆଉ ଅନ୍ୟପଟେ ମୋବାଇଲରୁ ମୋବାଇଲ ଘୁରି ବୁଲୁଥିଲା ପ୍ରଶ୍ନପତ୍ର । ପରୀକ୍ଷାର ୧୦ ମିନିଟ ପରେ ହ୍ୱାଟସଆପରେ ଘୂରି ବୁଲିଲା ପ୍ରଶ୍ନପତ୍ର । ଗଣଶିକ୍ଷାମନ୍ତ୍ରୀ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ଗୁଜବ ବୋଲି କହିଛନ୍ତି ।

LEAVE A REPLY

Please enter your comment!
Please enter your name here