ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋର୍ଦ୍ଧା ଜିଲ୍ଲା ଅରୁଗୁଳସ୍ଥିତ ଭୁବନେଶ୍ୱର ଆଇଆଇଟି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ଅବସରରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ, ବିଜେଡି ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଯୋଗ ଦେଇଥିଲେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିବା ସହ ରାଜ୍ୟ ସମସ୍ତ ପ୍ରକାର ସହାୟତା ଯୋଗାଇଦେବ ବୋଲି ଅଭିଭାଷଣରେ କହିଥିଲେ ।

  ସେହିପରି ପାଇକ ବିଦ୍ରୋହର ୨ଶହ ବର୍ଷ ପୂର୍ତ୍ତି ଉପଲକ୍ଷେ ପାଇକ ବିଦ୍ରୋହ ସ୍ମାରକୀ ମୁଦ୍ରା ଏବଂ ଡାକଟିକଟ ଜାରି କରିଥିବାରୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହ ବକ୍ସି ଜଗବନ୍ଧୁ ରାଜ୍ୟର ମହାନ ସନ୍ତାନ ଥିଲେ ଏବଂ ରାଜ୍ୟ ପ୍ରତି ତାଙ୍କର ଅତୁଳନୀୟ ବଳିଦାନ ରହିଛି । ଏଣୁ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭାବେ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଦାବି ଉପସ୍ଥାପନା କରିଛନ୍ତି । ବରୁଣେଇ ପାଦ ଦେଶରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତୀ ସ୍ଥାପନ ପାଇଁ ଜାଗା ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଏପରି ହୋଇପାରିଲେ ବକ୍ସି ଜଗବନ୍ଧୁଙ୍କ ପ୍ରତି ପ୍ରକୃତ ସମ୍ମାନ ହୋଇପାରିବ ।

LEAVE A REPLY

Please enter your comment!
Please enter your name here