ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମନ୍ତ୍ରୀମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି । ନିଜ ହାତରେ ଗୃହ, ସାଧାରଣ ପ୍ରଶାସନ, ଅର୍ଥ, ଜଳସଂପଦ, ଯୋଜନା ଓ ସମନ୍ବୟ, ସାଧାରଣ ଅଭିଯୋଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ରଖିଛନ୍ତି । ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ବିଭାଗ ଦେଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କୁ ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ ଦାୟିତ୍ବ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ –
କ୍ୟାବିନେଟ
ସୁରେଶ ପୂଜାରୀ- ରାଜସ୍ୱ ଓ ବିପର୍ଯ୍ୟୟ
ରବିନାରାୟଣ ନାଏକ – ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ
ନିତ୍ୟାନନ୍ଦ ଗଣ୍ଡ- ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି-ଜନଜାତି-ସଂଖ୍ୟାଲଘୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
କୃଷ୍ଣଚନ୍ଦ୍ର ପାତ୍ର- ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା
ପୃଥ୍ୱୀରାଜ ହରିଚନ୍ଦନ- ଆଇନ, ପୂର୍ତ୍ତ ଓ ଅବକାରୀ
ମୁକେଶ ମହାଲିଙ୍ଗ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି
ବିଭୂତି ଭୂଷଣ ଜେନା- ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
କୃଷ୍ଣଚନ୍ଦ୍ର ମହାପାତ୍ର- ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ

ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ)
ଗଣେଶରାମ ସିଂ ଖୁଣ୍ଟିଆ- ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
ସୂର୍ଯ୍ୟବଂଶୀ ସୂରଜ- ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
ପ୍ରଦୀପ ବଳ ସାମନ୍ତ- ସମବାୟ, ହସ୍ତତନ୍ତ-ବୟନଶିଳ୍ପ ଓ ହସ୍ତଶିଳ୍ପ
ଗୋଲକଚନ୍ଦ୍ର ମଲ୍ଲିକ- ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏମଏସଏମଇ
ସମ୍ପଦ ଚନ୍ଦ୍ର ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

LEAVE A REPLY

Please enter your comment!
Please enter your name here