ବାଂଲାଦେଶରେ ସ୍ଥଳଭାଗ ଛୁଇଁଛି ବାତ୍ୟା ‘ସିତ୍ରାଙ୍ଗ୍’I ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି । ଲ୍ୟାଣ୍ଡଫଲ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିଥିଲା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ଉପରୁ ବିପଦ ଟଳି ଯାଇଛି । ତେବେ ପଶ୍ଚିମବଙ୍ଗ, ଆସାମ, ଅରୁଣାଚଳ ପ୍ରଦେଶ, ନାଗାଲ୍ୟାଣ୍ଡ, ମଣିପୁର, ମିଜୋରାମ, ମେଘାଳୟ ଓ ତ୍ରିପୁରାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି । ତେଣୁ ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆଜି ପବନର ବେଗ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।