ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ଇନିଂସ୍‌ । ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନବୀନ । ଏହା ପରେ ପରେ ନବୀନଙ୍କ ମନ୍ତ୍ରୀମଣ୍ଡଳ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସମସ୍ତ କ୍ୟାବିନେଟ୍‌ ଓ ରାଷ୍ଟ୍ରପାହ୍ୟା ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥପାଠ ସମାରୋହରେ ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି । ପ୍ରଥମେ କ୍ୟାବିନେଟ୍‌ ମନ୍ତ୍ରୀଗଣ ଶପଥ ନେଇଥିଲେ । କ୍ୟାବିନେଟ୍‌ ମନ୍ତ୍ରୀଭାବେ ପ୍ରଫୁଲ୍ଲ ମଲ୍ଲିକ ଶପଥ ନେଇଥିଲେ । ଏହା ପରେ ବିକ୍ରମ କେଶରୀ ଆରୁଖ, ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଡାକ୍ତର ଅରୁଣ କୁମାର ସାହୁ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ପଦ୍ମନାଭ ବେହେରା, ନବ କିଶୋର ଦାସ ଓ ସୁଶାନ୍ତ ସିଂହ ଇଶ୍ୱରଙ୍କ ନାମରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି ।

କ୍ୟାବିନେଟ୍‌ ମନ୍ତ୍ରୀଙ୍କ ପରେ ରାଷ୍ଟ୍ରପାହ୍ୟା ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରମନ୍ତ୍ରୀ ଭାବେ ଅଶୋକ ପଣ୍ଡା, ସମୀର ଦାଶ, ପଦ୍ମିନୀ ଦିଆନ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଦିବ୍ୟଶଙ୍କର ମିଶ୍ର, ପ୍ରେମାନନ୍ଦ ନାୟକ, ରଘୁନନ୍ଦନ ଦାସ, ତୁଷାରକାନ୍ତି ବେହେରା, ଜଗନ୍ନାଥ ସାରକା ଶପଥ ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here