ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଶୀର୍ଷରେ ଅଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା ସର୍ଭେରେ ଏହି ତଥ୍ୟ ପ୍ରକାଶ ପାଇଛି । ୧୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଗଷ୍ଟ ୯ରୁ ୧୪ ତାରିଖ ମଧ୍ୟରେ ଏହି ସର୍ଭେ କରାଯାଇଥିବା କୁହାଯାଇଛି । ତାଲିକାର ଶୀର୍ଷରେ ଥିବା ନବୀନ ପଟ୍ଟନାୟକ ୮୧ ପଏଣ୍ଟ ପାଇଥିବାବେଳେ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଛି ୭୨ ପଏଣ୍ଟ । ସେହିପରି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ ଜଗନମୋହନ ରେଡ୍ଡିଙ୍କୁ ମିଳିଛି ୭୧ ପଏଣ୍ଟ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମିଳିଛି ୫୪ ପଏଣ୍ଟ ।

LEAVE A REPLY

Please enter your comment!
Please enter your name here