ଶୁଭାରମ୍ଭ ହେଲା ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପ । ଆଇଓସିଏଲ ପକ୍ଷରୁ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲ କର୍ପୋରେସନ ପକ୍ଷରୁ 70 ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ବିନ୍ଦୁସାଗର ନିକଟରେ ଆୟୋଜିତ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇଥିବା ବେଳେ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ଅଶୋକ ପଣ୍ଡା ଓ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ସାଂସଦ ଅପରାଜିତା ଷଡଙ୍ଗୀ, ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ଉପସ୍ଥିତ ଥିଲେ । ରାଜ୍ୟ ସରକାର ଆରମ୍ଭ କରିଥିବା ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପକୁ କେନ୍ଦ୍ର ସରକାର ସହଯୋଗର ହାତ ବଢାଇଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ବିନ୍ଦୁସାଗର ଆମ ଜୀବନ ଓ ସଂସ୍କୃତି ସହ ଜଡିତ ଏବଂ ବିଭିନ୍ନ ପବିତ୍ର ଜଳାଧାରର ପାଣି ବିନ୍ଦୁସାଗରରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିନ୍ଦୁସାଗରର ଉନ୍ନତି ଆମ ସମସ୍ତଙ୍କର ଦାୟିତ୍ବ ବୋଲି କହିବା ସହ ମୁଖ୍ୟମନ୍ତ୍ରୀ ଏହା ତାଙ୍କ ପାଇଁ ସବୁଠୁ ବଡ ଆକର୍ଷଣ ବୋଲି କହିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶହ ଶହ ବର୍ଷ ତଳର ଏହି ଐତିହ୍ୟ ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବ ବୋଲି କହିବା ସହ ଏହାର ବିକାଶ ପାଇଁ ଆମେ ସମସ୍ତେ ସମ୍ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ ବୋଲି କହିଥିଲେ । ବିନ୍ଦୁସାଗର ପାଣିକୁ ସ୍ବଚ୍ଛ କରିବା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ ।

LEAVE A REPLY

Please enter your comment!
Please enter your name here