ଆଜି ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଶ୍ରୀବିଗ୍ରହଙ୍କ ସୁନାବେଶ । ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ । ଟାଣ ଖରାରେ ଲମ୍ବା ଲାଇନ୍‌ରେ ଛିଡା ହୋଇଛନ୍ତି ଭକ୍ତ । ତେବେ ସିଂହଦ୍ୱାର ସମ୍ମୁଖରେ ଲମ୍ବା ଲାଇନ୍ ଏବଂ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଥିବାରୁ କିଛି ଭକ୍ତ ଅତିଷ୍ଠ ହୋଇପଡିଥିଲେ । ଅତିଷ୍ଠ ଭକ୍ତ ବ୍ୟାରିକେଡ ଭାଙ୍ଗି ଶ୍ରୀମନ୍ଦିରକୁ ଧସେଇ ପସିଛନ୍ତି ।
ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁ ଦର୍ଶନ ଦେବେ l ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣମୀn । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ ଟାରେ ଦ୍ୱାର ଫିଟା, ୪ ଟାରେ ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ।

LEAVE A REPLY

Please enter your comment!
Please enter your name here