ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା

ଜୁଲାଇ 21ରୁ ମହଙ୍ଗା ଭତ୍ତାରେ 11%ବୃଦ୍ଧି ।

ଅକ୍ଟୋବର ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା ।

ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ 11% ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି।

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା 17%ରୁ ବଢ଼ି 28%ରେ ପହଞ୍ଚିଲା ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ 1/7/2021 ରୁ ପିଛିଲା ଭାବରେ 11% ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

LEAVE A REPLY

Please enter your comment!
Please enter your name here