ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ ଲୋକେ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି । ତେଣୁ ଥଣ୍ଡା ଜ୍ୱର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି । ଟେଷ୍ଟ କରାଇଲେ ନିଜେ ସୁରକ୍ଷିତ ହେବା ସହିତ ଅନ୍ୟମାନଙ୍କୁ ସୁରକ୍ଷିତ ରଖାଯାଇପାରିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସୁନ୍ଦରଗଡ ଏବଂ ବୁର୍ଲାରେ ହୋଇଥିବା ସଙ୍କ୍ରମଣକୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ । ଭିମସାର ଏବଂ ସୁନ୍ଦରଗଡରେ ଆକ୍ରାନ୍ତ ଚିହ୍ନଟ ହେବାପରେ ସେ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ବାହାର ପିଲା ଭିତରକୁ ପ୍ରବେଶ କରିବେ ନାହିଁ । ଭିତର ପିଲା ମଧ୍ୟ ବାହାରକୁ ଆସିପାରିବେ ନାହିଁ ।

LEAVE A REPLY

Please enter your comment!
Please enter your name here