ସାରା ରାଜ୍ୟରେ ପ୍ରବଳ ବର୍ଷା I ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି I
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାରେ ବର୍ଷା ଯୋଗୁ ଦଶହରା ଉତ୍ସବ ଫିକା ପଡିଯାଇଛି I ପାଣିପାଗ ବିଭାଗ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି I ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି I ଆସନ୍ତାକାଲି ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଦଶହରାକୁ ନେଇ ଦେଖାଦେଇଥିବା ଉତ୍ସାହ ଫିକା ପଡିଯାଇଛି I
ଭୁବନେଶ୍ୱରର ଅଧିକାଂଶ ଖାଲୁଆ ଅଂଚଳ ପ୍ରବଳ ବର୍ଷା ଯୋଗୁ ଜଳମଗ୍ନ ହୋଇପଡିଛି I ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି I

LEAVE A REPLY

Please enter your comment!
Please enter your name here