ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ସୁରଟ ଗସ୍ତରେ ଯିବେ । ଦିନିକିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ସୁରଟରେ ଆୟୋଜିତ ଓଡିଶା ମହୋତ୍ସବରେ ଯୋଗଦେବେ । ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ସୁରଟରେ ରହୁଥିବା ପ୍ରବାସୀ ଓଡ଼ିଆ ମାନଙ୍କ ବିଭିନ୍ନ ସମସ୍ୟା ନେଇ ଚିଠି ଲେଖିଛନ୍ତି । ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି, ରେଳମନ୍ତ୍ରୀ ପୀୟୂଷ ଗୋୟଲ୍‌ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ୩ଟି ଚିଠି ଲେଖିଛନ୍ତି ନବୀନ । ସୁରଟରେ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ ପାଇଁ ଜମି ଯୋଗାଇ ଦେବାକୁ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି । ସେହିଭଳି ଭୁବନେଶ୍ୱର-ସୁରଟ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁ ଏବଂ ଭୁବନେଶ୍ୱର-ବ୍ରହ୍ମପୁର ମଧ୍ୟରେ ୨ଟି ନୂଆ ଟ୍ରେନ ଚଳାଇବାକୁ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସୁରଟ ଗସ୍ତକୁ ନେଇ ରାଜେନୈତିକ ମହଲରେ ଚର୍ଚ୍ଚା ଜୋର ଧରିଥିଲାବେଳେ ଏହି ତିନିଟି ଚିଠି ଚର୍ଚ୍ଚାକୁ ଆହୁରି ଖୋରାକ ଯୋଗାଇଛି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସମାଲୋଚନା କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଗକୁ ନିର୍ବାଚନ ଆସୁଥିବାରୁ ମୁଖ୍ୟମନ୍ତ୍ରୀଙ୍କର ପ୍ରବାସୀ ଓଡିଆଙ୍କ କଥା ମନେପଡୁଛି ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here