ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ କରିବ I ଗତକାଲି ବିହାର ସରକାର ମାମଲାର ସିବିଆଇ ତଦନ୍ତ କରିବାକୁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ I ବିହାର ସରକାରଙ୍କ ସୁପାରିଶକୁ କେନ୍ଦ୍ର ସରକାର ଗ୍ରହଣ କରି ନେଇଛନ୍ତି I ଏ ସଂପର୍କରେ ଆଜି ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାର ଅବଗତ କରାଇଛନ୍ତି I ସୁଶାନ୍ତ ସିଂଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାର ତଦନ୍ତ ପାଟନାରୁ ମୁମ୍ବାଇକୁ ସ୍ଥାନାନ୍ତର କରିବା ପାଇଁ ରିଆ ଚକ୍ରବର୍ତ୍ତୀଙ୍କ ପିଟିସନର ଶୁଣାଣୀ ବେଳେ କେନ୍ଦ୍ର ସରକାରଙ୍କ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହା କୋର୍ଟଙ୍କୁ ଜଣାଇଛନ୍ତି I

LEAVE A REPLY

Please enter your comment!
Please enter your name here