ରାଜ୍ୟରେ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା । ଆଜି ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ରାଜ୍ୟରେ ମୋଟ୍ କରୋନା ମୃତ୍ୟୁସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍‌ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଛି । କଟକରେ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ବଲାଙ୍ଗିର ଓ ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । କେନ୍ଦ୍ରାପଡା, ଯାଜପୁର ଓ ଜଗତସିଂହପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ସୁନ୍ଦରଗଡ ଓ ମୟୂରଭଞ୍ଜରୁ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ଆଜି ୨୮୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୮୫୪ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୧୬୫୯ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ରହିଛି ୧୧୯୫ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୯ ହଜାର ୬୯୩କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୨,୨୦, ୩୮୮ ଏବଂ ଆକ୍ଟିଭ୍ କେସ୍ ରହିଛି ୨୮,୨୪୬ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ-୨୪୪, ସୁନ୍ଦରଗଡ-୧୪୩, ଅନୁଗୁଳ-୧୩୧, ମୟୂରଭଞ୍ଜ-୧୨୭, ବାଲେଶ୍ୱର-୧୧୬, ପୁରୀରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here