ରାଜ୍ୟ ପୋଲିସରେ ୨୮ ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ ଟି ପଦବୀକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଭିତରେ ରହିଛି ୨୮ଟି ସବଇନସ୍ପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ନୂତନ ଅଧିକାରୀ ଏବଂ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ । ପ୍ରତି ଆଉଟପୋଷ୍ଟରେ ଜଣେ ଲେଖାଏଁ ସବଇନସ୍ପେକ୍ଟର ଏବଂ ୬ଜଣ ଲେଖାଏଁ କନେଷ୍ଟବଳ ନିୟୋଜିତ ହେବେ । ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ବିଭିନ୍ନ ଅପରାଧିକ ଅନୁସନ୍ଧାନ କ୍ଷେତ୍ରରେ ସେମାନେ ଦାୟିତ୍ୱ ନିର୍ବାହ କରିବେ ।

LEAVE A REPLY

Please enter your comment!
Please enter your name here