ଦୁଇଦିନ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ 15 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ , ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ କିଛି ଜିଲ୍ଲାରେ ବିଜୁଳି , ଘଡଘଡି ସହ ବର୍ଷା ହେବାନେଇ ସମ୍ଭାବନା ରହିଛି । ଆସନ୍ତାକାଲି ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here