ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ସଦର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପ୍ରଥମେ ଗତ ବୁଧବାର ୧୨ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ଗୁରୁବାର ଆଉ ୨୯ ଜଣ ପଜିଟିଭ୍ ବାହାରିଛନ୍ତି । ସମସ୍ତଙ୍କୁ ସ୍କୁଲ ପରିସରରେ ଆଇସୋଲେସନରେ ରଖାଯାଇ ଚିକିତ୍ସା କରାଯାଉଛି । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ହଷ୍ଟେଲର ଅନ୍ୟ ଛାତ୍ରୀଙ୍କର ଆଜି ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି ।

LEAVE A REPLY

Please enter your comment!
Please enter your name here