ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ରେଡ୍ ଓାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରିହିଛି । ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା । ତଳିଆ ଅଞ୍ଚଳରେ ପାଣି ଜମି ପାରେ ଏବଂ କଚ୍ଚା ଘର ପ୍ରତି ବିପଦ ରହିଛି ବୋଲି ସତର୍କ କରାଇଛି ପାଣିପାଗବ ବିଭାଗ ।

LEAVE A REPLY

Please enter your comment!
Please enter your name here