ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେତୁ ଆସନ୍ତା ୧୯ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୫, ୧୬, ୧୭ ତାରିଖରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୮, ୧୯ ତାରିଖରେ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୫ ଜିଲ୍ଲା ହେଉଛି ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।