ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ମୋଟ୍ ୯ଟି ପସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ଜଣାପଡିଛି । ୫ଟି ମହାନଗର ନିଗମରେ ରହୁଥିବା ବସ୍ତିବାସିନ୍ଦାଙ୍କ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ୫ଟି ମହାନଗର ନିଗମର ବସ୍ତି ବାସିନ୍ଦାଙ୍କୁ ଜମି ପଟ୍ଟା ଯୋଗାଇ ଦିଆଯିବା ସହ ସେହି ବସ୍ତିର ଉନ୍ନତି କରାଯିବ । ଏହାଦ୍ୱାରା ୯୩୮ କୋଟି ବସ୍ତିର ଲୋକେ ଲାଭବାନ ହେବେ । ଏକ ଲକ୍ଷ ୯୦ ହଜାର ପରିବାରର ୮ ଲକ୍ଷ ୫୮ ହଜାର ଲୋକ ଉପକୃତ ହେବେ । ପୂର୍ବରୁ ୧୦୯ କୋଟି ମ୍ୟୁନିସିପାଲଟି ଓ ଏନଏସିରେ ୧ ଲକ୍ଷ ୭୫ ହଜାର ପରିବାର ଲାଭବାନ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here