ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ଓ ଆସନ୍ତାକାଲି ୭ ଜିଲ୍ଲାରେ ପ୍ରବଳ ବର୍ଷିବ । ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ , ଦେବଗଡ , କେନ୍ଦୁଝର, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର,ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏଥିସହ ଘଡଘଡି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା , ବାଲେଶ୍ୱ. ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ଢେଙ୍କାନାଳ । ୪ରୁ ୫ ଦିନ ପରେ ବର୍ଷା କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

LEAVE A REPLY

Please enter your comment!
Please enter your name here