ଆସନ୍ତା 18 ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାଣିଂ ଜାରି କରାଯାଇଛି ।
ଏହାର ପ୍ରଭାବରେ 17 ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର େକେତକ ଅଞ୍ଚଳରେ 7 ରୁ 11 ସେଣି ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସେହିପରି କନ୍ଧମାଳ ଓ କଳାହାଣ୍ଡି ଏବଂ ଏହାର ଆଖପାଖ ଅଞ୍ଚଳରେ 12 ରୁ 20 ସେମି ବର୍ଷା ହେବାର ସମ୍ଭାବନା ରହିଛି ।
18 ତାରିଖରେ ସମ୍ବଲପୁର, ସୋନପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାରେ 7 ରୁ 11 ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ ପ୍ରଭୃତି ଜିଲ୍ଲାରେ 12 ରୁ 20 ସେଣ୍ଟିମିଟର ବର୍ଷା ହେବ ବୋଲି ସୂଚନା ଦିଆଯାଇଛି ।
19 ତାରିଖରେ ପଶ୍ଚିମ ଓଡିଶାର ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଏବଂ ଦକ୍ଷିଣ ଓଡିଶାର କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକୁ ୟେଲୋ ଓ୍ବାଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here