ଆଣ୍ଡାମାନ ଉତ୍ତର ସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ତୀବ୍ର ହେବାରେ ଲାଗିଛି ଏବଂ 5 କିଲୋମିଟର ବ୍ୟାପୀ କ୍ଷେତ୍ରରେ ତାର ପ୍ରକୋପ ଦେଖାଉଛି । ପାଣିପାଗ ବିଭାଗ କରିଥିବା ପୂର୍ବାନୁମାନ ଅନୁଯାୟୀ ଆସନ୍ତା 20 ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପରେ ପରଣତ ହେବା ପରେ ତାହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ଅବସ୍ଥାରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ହେଲେ ଆସନ୍ତା 23 ତାରିଖ ବେଳକୁ ଘୂର୍ଣ୍ଣିବଳୟ ବାତ୍ୟାରେ ପରିଣତ ହୋଇପାରେ ବୋଲି ଆଶଙ୍କା କରାଯାଉଛି ।
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ତେବେ ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ବାତ୍ୟାର ରୂପରେଖ ସଂପର୍କରେ ସ୍ପଷ୍ଟ ହେବ ।

LEAVE A REPLY

Please enter your comment!
Please enter your name here