ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣବଳୟ କ୍ରମଶଃ କେନ୍ଦ୍ରୀଭୁତ ହେଉଥିବାରୁ ଏହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ଭିତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି I ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି I ବର୍ଷା ସାଙ୍ଗକୁ ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି I ସେହିପରି 22 ଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାଣିଂ ଜାରି କରାଯାଇଛି I ଆସନ୍ତା 24 ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଘଡଘଡି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି I ଆସନ୍ତା 6 ଓ 7 ତାରିଖ ଦୁଇଦିନ ପାଇଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି I

LEAVE A REPLY

Please enter your comment!
Please enter your name here