ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ୍. ସନ୍ତୋଷ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ସେ ଯୋଗ ଦେବେ। ତାଙ୍କ ସହ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଉପସ୍ଥିତ ରହିବେ। ଏହି ସମ୍ପର୍କରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ତଥ୍ୟ ଦେଇଛନ୍ତି। କାଲି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଜନଜାତି ବିଧାୟକ ଓ ସାଂସଦମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ। ଏଠାରେ ସେମାନଙ୍କୁ ନିଜ ଅଞ୍ଚଳର ୨୦ରୁ ୨୫ ଗାଁକୁ ପୋଷ୍ୟ ଗାଁ ଭାବେ ଗ୍ରହଣ କରି ତାହାର ଉନ୍ନତି କାମ କିପରି କରିବେ ବୋଲି ପରାମର୍ଶ ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିବେ।













