କାର୍ତ୍ତିକ ପୂର୍ଣ୍ଣିମାରେ ଗଙ୍ଗାରେ ବୁଡ଼ ପକାଇବା ପୂର୍ବରୁ ଚାଲିଗଲା ଜୀବନ। ଉତ୍ତରପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ମିର୍ଜାପୁରର ଚୁନାର ରେଳ ଷ୍ଟେସନରେ ପ୍ରାୟ ୬ଜଣ ତୀର୍ଥଯାତ୍ରୀ ଟ୍ରେନ୍ ଚକ‌ରେ କଟି ମୃତ୍ୟୁବରଣ କରିଛନ୍ତି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।SDRF ଏବଂ NDRF ଦଳଗୁଡ଼ିକୁ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରିଲିଫ୍ କାର୍ଯ୍ୟ ଆରମ୍ଭ କରିବାକୁ ଏବଂ ଆହତମାନଙ୍କର ଉପଯୁକ୍ତ ଚିକିତ୍ସା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଟ୍ରେନରୁ ଓହ୍ଲାଇବା ପରେ, ଯାତ୍ରୀମାନେ ଦ୍ରୁତଗତିରେ ରେଳ ଟ୍ରାକ ପାର ହେବା ପାଇଁ ଦୌଡ଼ିବା ଆରମ୍ଭ କରିଥିଲେ ସେହି ସମୟରେ,ବିପରୀତ ଦିଗରୁ ଆସୁଥିବା ଏକ ଏକ୍ସପ୍ରେସ ଟ୍ରେନ ସେମାନଙ୍କୁ ଧକ୍କା ଦେଇଥିଲା । ଏପର୍ଯ୍ୟନ୍ତ ୬ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଖବର ମିଳିଥିବା ବେ‌ଳେ ଏହି ସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

LEAVE A REPLY

Please enter your comment!
Please enter your name here