ଦୀର୍ଘ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ଜିଲ୍ଲାପାଳ କହିଛନ୍ତି ଯେ ଗୁଣ୍ଡିଚା ମନ୍ଦିର ନିକଟରୁ ହଟିଛି ଜବରଦଖଲ । ଭକ୍ତଙ୍କ ପାଇଁ ହୋଇଛି ବ୍ୟବସ୍ଥା । ଗୁଣ୍ଡିଚା ମନ୍ଦିରର ପରିଚାଳନା କରିବ ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା । ଟିକେଟ୍ କରି ଦର୍ଶନ କରିପାରିବେ ଭକ୍ତ। ଜଣେ ଭକ୍ତଙ୍କ ପିଛା ଟିକେଟ୍‌ ମୂଲ୍ୟ ୧୦ ଟଙ୍କା, ୫ ବର୍ଷରୁ କମ୍, ୮୦ ବର୍ଷରୁ ଅଧିକ ଓ ଦିବ୍ୟାଙ୍ଗଙ୍କ ପାଇଁ ଦେୟମୁକ୍ତ ଦର୍ଶନ ହେବ। ପ୍ରତିଦିନ ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ଗୁଣ୍ଡିଚା ମନ୍ଦିର। ନଭେମ୍ବରରୁ ଫେବୃଆରୀ ପର୍ଯ୍ୟନ୍ତ ସକାଳ ୬ରୁ ସଂଧ୍ୟା ୫ଟା ଯାଏଁ ଦର୍ଶନ ହେବ। ସିଂହଦ୍ବାର ଦେଇ ଆଡ଼ପ ମଣ୍ଡପ ଦର୍ଶନ ପାଇଁ ପ୍ରବେଶ ଓ ପ୍ରସ୍ଥାନ ହେବ ।

LEAVE A REPLY

Please enter your comment!
Please enter your name here