ଗତକାଲି ନବୀନ ନିବାସରେ ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୯ ଜଣ ବିଧାୟକଙ୍କୁ ଭେଟି ସେମାନଙ୍କ ନିର୍ବାଚନ ମଣ୍ଡଳୀ ର ସମସ୍ୟା ଓ ଦଳୀୟ ସଂଗଠନ ସମ୍ପର୍କରେ ଆଲୋଚନା କରିଛନ୍ତି। ଦଳର ସଂଗଠନକୁ ମଜବୂତ କରିବା ସହ ସାଧାରଣ ଲୋକଙ୍କ ସମସ୍ୟାର ଅଗ୍ରାଧିକାର ଭିତ୍ତିରେ ସମାଧାନ କରିବାକୁ ଶ୍ରୀ ନବୀନ ପଟ୍ଟନାୟକ ବିଧାୟକ ମାନଙ୍କୁ ପରାମର୍ଶ ଦେଇଛନ୍ତି । ସେମାନଙ୍କ ନିର୍ବାଚନ ମଣ୍ଡଳୀ ର ବିକାଶ କାମ ବିଷୟରେ ବୁଝିଛନ୍ତି । ବିଜୁ ଜନତା ଦଳ ର ଆଦର୍ଶ ରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ଅବସରରେ ବିଧାୟକ ମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ବୈଠକ ରେ ବିଧାୟିକା ମନୋରମା ମହାନ୍ତି ,ବିଧାୟକ ସର୍ବଶ୍ରୀ ନିରଞ୍ଜନ ପୂଜାରୀ,ଅଶ୍ବିନୀ ପାତ୍ର,ବ୍ରଜକିଶୋର ପ୍ରଧାନ,ଚକ୍ରମଣି କଂହର,ଗୌତମ ବୁଦ୍ଧ ଦାସ,ବ୍ୟୋମକେଶ ରାୟ,ସଂଜୀବ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।














