ମାଲକାନାଗିର : ମାଲକାନାଗିରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଆଜି ଦିନ ୧୧ଟା୧୫ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୨ ଥିବା ମାଲକାନାଗିର ଜିଲ୍ଲାପାଳ ସୂଚନା ଦେଇଛନ୍ତି । ମାଲକାନାଗିର ଜିଲ୍ଲା ନାୟକଗୁଡାରୁ କୋରକୋଣ୍ଡା ଅଞ୍ଚଳରେ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଛତିଶଗଡର ଦକ୍ଷିଣ-ପଶ୍ଚିମ ଜଗଦଲପୁର ଅଞ୍ଚଳର ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here