ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି । 11ଟି ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା 101ରେ ପହଞ୍ଚିଛି । ମହାରାଷ୍ଟ୍ରରେ ସର୍ବାଧିକ 32 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦିଲ୍ଲୀରେ 22 ଓ ରାଜସ୍ଥାନରେ 17 ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । କର୍ଣ୍ଣାଟକ ଓ ତେଲେଙ୍ଗାନାରେ 8 ଜଣ ଲେଖାଁଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମଗ୍ର ବିଶ୍ବରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବାରୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ତେବେ ଟୀକା ଓ ସାମାଜିକ ଦୂରତ୍ବ ଭଳି କୋଭିଡ ନିୟମ ପାଳନ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ଡେଲଟା ଭେରିଆଣ୍ଟ ଠାରୁ ଏହା ଅଧିକ ଶକ୍ତିଶାଳୀ ଏବଂ ସଂକ୍ରମଣର ମାତ୍ରା ଅଧିକ ବୋଲି କୁହାଯାଉଛି ।

LEAVE A REPLY

Please enter your comment!
Please enter your name here