ଅନୁସୂଚିତ ଜାତି , ଜନଜାତି, ଦଳିତ ଓ ଅନ୍ୟ ପଛୁଆ ବର୍ଗର ଛାତ୍ରଛାତ୍ରୀମାନେ ବିହାର ଲୋକସେବା ଆୟୋଗ (ବିପିଏସସି) ପରୀକ୍ଷାରେ ପ୍ରଥମ ପର୍ଯ୍ୟାୟରେ କୃତକାର୍ଯ୍ୟ ହେଲେ ସେମାନଙ୍କୁ ୫୦ ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନିତିଶ କୁମାର ଘୋଷଣା କରିଛନ୍ତି । କେବଳ ସେତିକି ନୁହେଁ କେନ୍ଦ୍ରୀୟ ଲୋକସଭା ଆୟୋଗ (ୟୁପିଏସସି)ର ପ୍ରଥମ ପର୍ଯ୍ୟାୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଟଙ୍କା ମିଳିବ ବୋଲି ମଧ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।