ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡରେ ବିଷାକ୍ତ ମଦପିଇ ଶୁକ୍ରବାର ପ୍ରାୟ ୩୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଉତ୍ତର ପ୍ରଦେଶର କୁଶିନଗର ଓ ସାହାରନପୁରରେ ୩୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ସେମାନଙ୍କ ପରିବାରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଯେଉଁମାନେ ଚିକିତ୍ସିତ ହେଉଛନ୍ତି ସେମାନଙ୍କ ଲାଗି ୫୦ ହଜାର ଟଙ୍କାର ସହାୟତା ରାଶି ଦିଆଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅଭିନାଶ ଆଓ୍ବସ୍ତି। ସେହିପରି ଉତ୍ତରାଖଣ୍ଡ ଅବକାରୀ ବିଭାଗ ମନ୍ତ୍ରୀ ପ୍ରକାଶ ପନ୍ଥ ଏହି ଘଟଣାରେ କେତେଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି।

LEAVE A REPLY

Please enter your comment!
Please enter your name here