ଦିବଂଗତ ନେତା ପ୍ରଦୀପ ମହାରଥୀଙ୍କ ସାନଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ଘଟିଛି । ସେ କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ । ମାତ୍ର ଆଜି ସକାଳୁ ତାଙ୍କର ପରଲୋକ ଘଟିଥିବା ଲୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ 64 ବର୍ଷ ବୟସ ହୋଇଥିଲା । ଗତବର୍ଷ ଅକ୍ଟୋବରରେ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଥିଲା । ସେ ମଧ୍ୟ କୋଭିଡରେ ଆକ୍ରାନ୍ତ ହୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ । ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ପିପିଲି ବିଧାନସଭା ଆସନ ଖାଲି ପଡିଥିଲା ଏବଂ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବା ପୂର୍ବରୁ ନିର୍ବାଚନ କମିଶନ କରୋନା ପାଇଁ ସ୍ଥଗିତ ରଖିଛନ୍ତି ।

LEAVE A REPLY

Please enter your comment!
Please enter your name here