ଅଯୋଧ୍ୟାରେ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଅଭିଯାନରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅଭିଯାନରେ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଓ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସାମିଲ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି । ଓଡିଶା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ମକର ସଂକ୍ରାନ୍ତିରୁ ଏହି ଅଭିଯାନ ଆରମ୍ଭ କରାଯାଇଛି ଏବଂ ମନ୍ଦିର ନିର୍ମାଣ ପାଇଁ ଆର୍ଥିକ ସହଯୋଗ ପ୍ରାପ୍ତି ନିମନ୍ତେ ଏହି ଅଭିଯାନ ଆରମ୍ଭ କରାଯାଇଛି । ଓଡିଶାରେ 30 ଦିନ ଧରି ଚାଲିବାକୁ ଥିବା ଏହି ଅଭିଯାନରେ ସମସ୍ତେ ସହଭାଗି ହେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି । ସୂଚନାଯୋଗ୍ୟ ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମିରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରମୁଖ ସନ୍ଥମାନଙ୍କୁ ନେଇ ଗଠିତ ମାର୍ଗଦର୍ଶକ ମଣ୍ଡଳୀଙ୍କ ଦ୍ବାରା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ଗଠନ କରାଯାଇଛି ।