ଆଠନମ୍ବର ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟର 1986 ପାସ ଆଉଟ ଗୃପ IDEAL86 ର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ବର ଅଶୋକ ନଗରସ୍ଥିତ ହୋଟେଲ ସାଇ ସ୍ବସ୍ତିକରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓ ରାଜ୍ୟ ବାହାରର ବିଭିନ୍ନ ସ୍ଥାନରୁ ପୁରାତନ ଛାତ୍ରମାନେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ ପୁରାତନ ଛାତ୍ର ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିପାରିନଥିଲେ । ପୁରାତନ ଛାତ୍ର ସଂସଦର ସଂପାଦକ ଓ ପରିଚାଳକ ପ୍ରଭାତ ଚୌଧୁରୀ ଓ ସନ୍ତୋଷ କୁମାର ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here