ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀ ଏବେ ଅଫେରା ଦୁନିଆରେ । ଆଜି ସକାଳେ ଏକ ସଡକ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରରୁ କାର ଯୋଗେ ବୌଦ୍ଧକୁ ଫେରୁଥିବା ବେଳେ ୫୭ ନମ୍ବର ଜାତୀୟ ରାଜପଥର କଲରାପଠା ନିକଟରେ ଦୁର୍ଘଟଣା ଘଟି ତାଙ୍କର ମୃତ୍ୟୁ ହୋଇଛି । ଡ୍ରାଇଭରର ଅସାବଧାନତା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାପଡିଛି । ହଠାତ ଗାଡିର ବ୍ରେକ ମାରିବାରୁ ଗାଡିଟି ରାସ୍ତା କଡକୁ ଓଲଟି ପଡି ଏକ ଗଛରେ ପିଟି ହୋଇ ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ବୌଦ୍ଧ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଛି ।

LEAVE A REPLY

Please enter your comment!
Please enter your name here