ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ । ଆସନ୍ତା ୧୮ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ୨୦ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପର ପରବର୍ତ୍ତୀ ରୂପରେଖ କଣ ରହିବ ସେନେଇ ଆକଳନ କରାଯାଇନାହିଁ । ବାତ୍ୟା ନେଇ କୌଣସି ସୂଚନା ଜାରି କରାଯାଇନାହିଁ ।