ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏହାକୁ ନଜରରେ ରଖି ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ବର୍ଷାରୁ ସୁରକ୍ଷା ଦେବା ପାଇଁ ଧାନ କାଟିନେବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି । ଅମଳ ହୋଇଥିବା ଧାନକୁ କାଟି ସୁରକ୍ଷିତ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଛି । ଅମଳ ଯେମିତି ନଷ୍ଟ ନହୁଏ ସେଥିପ୍ରତି ଦୃଷ୍ଟିଦେବାକୁ କୁହାଯାଇଛି । ଏହାସହ ମଣ୍ଡିରେ ଥିବା ଧାନକୁ ସୁରକ୍ଷିତ ଭାବେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମତ୍ସଜୀବିଙ୍କୁ ମଧ୍ୟ ସମୂଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here