ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମବଙ୍ଗ ଓ ଓଡିଶା ଉପକୂଳକୁ ମୁହାଁଇବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ଏଗାର ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ବାଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡିକରେ ଆଜିଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି ।

ସେହିପରି କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେତେକ ସ୍ଥାନରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here