ରାଜଧାନୀରେ କୋହଲା ପାଗ । ସକାଳୁ ସକାଳୁ ଝିପ୍ ଝିପ୍ ବର୍ଷା ଆରମ୍ଭ ହୋଇଛି । କୋହଲା ପାଗ ସାଙ୍ଗକୁ ଥଣ୍ଡା ପବନ ବୋହୁଛି । ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଲାଗିରହିଛି । ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି ଏବଂ ବଲାଙ୍ଗୀରର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ୯ଟି ଜିଲ୍ଲା ସମେତ ଗଞ୍ଜାମ ଏବଂ ସୋନପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗିର , ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା ଏବଂ ସୋନପୁରରେ ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି ।

LEAVE A REPLY

Please enter your comment!
Please enter your name here