କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡିଶାର ବିଜେପି ସାଂସଦ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡିଶା ବିଜେପି ସାଂସଦମାନେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଓଡିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ଓଡିଶା ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କରିଛନ୍ତି । ଆୟୁଷ୍ମାନ ଯୋଜନାରେ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା ଯୋଗାଇଦେବାର ବ୍ୟବସ୍ଥା ରହିଛି । ଦେଶର ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି ।

LEAVE A REPLY

Please enter your comment!
Please enter your name here